ଢେଙ୍କାନାଳ, ୧୦ା୧ :ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବିଜୁ ଜନତା ଦଳ ତରଫରୁ ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟ ପରିସରରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୂଖ୍ୟ ଅତିଥି ଭାବେ ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଯୁବ ବିଜୁ ଜନତା ଦଳର ଜିଲ୍ଲା ସଭାପତି ଧର୍ମାନନ୍ଦ ପରିଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ୨୫୧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଅନ୍ୟତମ ଅତିଥି ଭାବେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ହିନେ୍ଦାଳ ବିଧାୟିକା ସୀମାରାଣୀ ନାଏକ,ଯୁବ ବିଜେଡି ରାଜ୍ୟ ସମ୍ପାଦକ ଦେବୀପ୍ରସାଦ ପଟ୍ଟନାୟକ, ଛାତ୍ର ବିଜେଡି ସଭାପତି ସୁରଜ ମହାପାତ୍ର ପ୍ରମୂଖ ଯୋଗଦେଇ ରକ୍ତଦାତା ମାନଙ୍କୁ ପ୍ରଶଂସିତ କରିଥିଲେ । ମାନ୍ୟବର ମୂଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ରାଜ୍ୟରେ ରକ୍ତର ଅଭାବକୁ ଦୂର କରିବା ଉଦେଶ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜୁ ଜନତା ଦଳ ଓ ଛାତ୍ର ବିଜେଡିର ସମସ୍ତ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here