ଭୁବନେଶ୍ୱର: କେନ୍ଦ୍ରର ଅନଲକ୍-ଟୁ ପରେ ଜୁଲାଇ ମାସ ଲାଗି ଆସିଲା ରାଜ୍ୟ ସରକାରଙ୍କ ଗାଇଡଲାଇନ୍। ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ଗାଇଡଲାଇନକୁ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଘୋଷଣା କରିଥିଲେ। ଜାଣନ୍ତୁ କଣ ରହିଲା କଟକଣା, କଣ ହେବ କୋହଳ?

  • ରାତ୍ରକାଳୀନ କର୍ଫ୍ୟୁ ସମୟ ସୀମାକୁ କୋହଳ। କାଲିଠୁ ସନ୍ଧ୍ୟା ୭ ଟା ପରିବର୍ତ୍ତେ ରାତି ୯ଟାରୁ ଭୋର ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ।
  • ୫୦ରୁ ଅଧିକ ଆକ୍ଟିଭ୍‌ କେସ୍‌ ଥିବା ୧୦ଟି ଜିଲ୍ଲାକୁ ଜୋନ-୧ ଘୋଷଣା। ସେଗୁଡିକ ହେଲା:- ଗଂଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର ଓ ଝାରସୁଗୁଡ଼ା।
  • ଜୁଲାଇ ୩୧ ଯାଏ ଧାର୍ମୀକ ଅନୁଷ୍ଠାନକୁ ସାଧାରଣ ଲୋକଙ୍କୁ ମନା।
  • ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ବନ୍ଦ ରହିବ।
  • ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ୩୧ ଅଗଷ୍ଟ ଯାଏ ବନ୍ଦ ରହିବ।
  • ରେଷ୍ଟୁରାଣ୍ଟ ଖୋଲା ରହିବ। ହେଲେ ସେଠାରେ ଖାଇହେବ ନାହିଁ।  ଖାଦ୍ୟ ପାର୍ସଲ ନିଆଯାଇ ପାରିବ।
  • ସବୁ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ।
  • ଶିଳ୍ପ କାରଖାନାରେ କାର୍ଯ୍ୟରତ କର୍ମଚାରୀ କଟକଣା ମୁକ୍ତ।
  • ପେଟ୍ରୋଲ ପମ୍ପ, ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀ କଟକଣାମୁକ୍ତ।
  • ୫୦ରୁ ଅଧିକ ଆକ୍ଟିଭ୍‌ କେସ୍‌ ଥିବା ୧୦ଟି ଜିଲ୍ଲାକୁ ଜୋନ-୧ ଘୋଷଣା। ସେଗୁଡିକ ହେଲା:- ଗଂଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର ଓ ଝାରସୁଗୁଡ଼ା।
  • ମାସ୍କ ଓ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ। ମାସ୍କ ନପିନ୍ଧିଲେ ପୂର୍ବଭଳି ଜୋରିମାନା ଆଦାୟ।
  • ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ।
  • ଦୋକାନୀ ସାମାଜିକ ଦୂରତ୍ୱ ବ୍ୟବସ୍ଥା ନକଲେ କାର୍ଯ୍ୟାନୁଷ୍ଠାନ।
  • କାର୍ଯ୍ୟାଳୟରେ କଟକଣା ଉଲ୍ଲଂଘନ ହେଲେ ଅଧିକାରୀ ଦାୟୀ ରହିବେ।

LEAVE A REPLY

Please enter your comment!
Please enter your name here