ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ ପାଟଣାଗଡ ବିଧାୟକ ସରୋଜ ମେହେର କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍ ବିଧାୟକ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହା ସହ ଆଜି କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମଧ୍ୟ କରୋନା ପଜିଟିଭ୍ ହୋଇଛନ୍ତି । ରାଜ୍ୟରେ କ୍ରମାଗତ ଭାବେ ପଜିଟିଭ ସଂଖ୍ୟା ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟର ୩୦ ଜିଲ୍ଲାରୁ ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here