• କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ, ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ।
• କୋଟିଆ ସମସ୍ୟାର ସମାଧାନ ପାଇଁ ଦଳମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ଆହ୍ୱାନ
• ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯ ଏବଂ ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରି ସେଠାକାର ପରିସ୍ଥିତି ଅନୁଧ୍ୟାନ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ
• ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଏବଂ ସେପ୍ଟେମ୍ବର ୨୨,୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖିଥିଲେ
• କୋଟିଆ ସୀମା ବିବାଦ ନେଇ ଆଲୋଚନା ଓ କଥାବାର୍ତ୍ତା ମାଧ୍ୟମରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନର ବାଟ କାଢ଼ିବା ଜରୁରୀ
• ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ, ଓଡ଼ିଆ ଅସ୍ମିତା ପାଇଁ ଲଢ଼େଇ ଜାରି ରହିବ
ଭୁବନେଶ୍ୱର/ନୂଆଦିଲ୍ଲୀ, ଅକ୍ଟୋବର ୨୧, ୨୦୨୬ – ଓଡ଼ିଶା ଏବଂ ପ୍ରତ୍ୟେକ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ। ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ। ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ସମସ୍ତେ ଏକାଠି ହୋଇ ମିଳିତ ଭାବେ ଏହାର ସମାଧାନ କରିବାର ଆବଶ୍ୟକତା ରହିଛି ବୋଲି ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି ଯେ, ସେ ନିଜେ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯ ଏବଂ ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରି ସେଠାକାର ପରିସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ବାରମ୍ବାର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ସେ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨, ୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ ।
ଏହି ଗୁରୁତ୍ୱପୂର୍ଣ୍ଣ ସୀମାନ୍ତ ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଚ୍ଚ ସ୍ତରରେ ସୌହାର୍ଦ୍ଦ୍ୟପୂର୍ଣ୍ଣ କଥାବାର୍ତ୍ତା ମାଧ୍ୟମରେ ଏକ ଅନୁକୂଳ ବାତାବରଣ ତିଆରି କରି ସମାଧାନର ସ୍ଥାୟୀ ବାଟ କାଢ଼ିବା ଆବଶ୍ୟକ। ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର ଏବଂ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଭଳି ମହାପୁରୁଷମାନଙ୍କ ତ୍ୟାଗ ଓ ବଳିଦାନ କେବେହେଲେ ବ୍ୟର୍ଥ ଯିବ ନାହିଁ। ଓଡ଼ିଆ ଅସ୍ମିତା ପାଇଁ ଆମର ଏହି ନିରନ୍ତର ଲଢ଼େଇ ଜାରି ରହିବ। ଓଡ଼ିଶାର ଏକତା, ସାର୍ବଭୌମତ୍ୱ ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି।
