Odisha news

୧୪ ଏପ୍ରିଲ, ୨୦୨୦ ରାତି ୧୨ଟା ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ ସେବା ବାତିଲ

0

 

ଜରୁରି ସାମଗ୍ରୀ ଯୋଗାଣ ପାଇଁ ଚଳାଚଳ କରିବ ମାଲବାହୀ ଟ୍ରେନ

କୋଭିଡ-୧୯ ମହାମାରୀ ବ୍ୟାପିବାକୁ ଆଖି ଆଗରେ ରଖି ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ୧୪ ଏପ୍ରିଲ, ୨୦୨୦ ରାତି ୧୨ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି । ଏ ସମୟ ମଧ୍ୟରେ ସମସ୍ତ ମେଲ, ଏକ୍ସପ୍ରେସ ଟ୍ରେନ, ପ୍ରିମିୟମ ଟ୍ରେନ, ପାସେଞ୍ଜର ଟ୍ରେନ ସମେତ କୋଲକାତା ମେଟ୍ରୋ ରେଳପଥର ଟ୍ରେନ ଓ ଉପନଗର ଅଂଚଳରେ ଚଳାଚଳ କରୁଥିବା ଟ୍ରେନ ସେବା ମଧ୍ୟ ବନ୍ଦ ରହିବ ।ତେବେ ଜରୁରି ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବା ଲାଗି ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବ ।

Leave A Reply