ରାଜ୍ୟବାସୀଙ୍କ ପାଇଁ ଖୁସି ଖବର |ଯାଜପୁର ଜିଲ୍ଲାର ଆଜି ୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି |ନୂତନ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଥିବା ଜଣାପଡ଼ିଛି |ଚିକିତ୍ସା ପରେ ସେମାନଙ୍କୁ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିବା ସୂଚନା ମିଳିଛି |
ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଂଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨, ଓ କୋରାପୁଟ -୨ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଥିଲେ ।
ସୂଚନାଅନୁଯାଇ , ରାଜ୍ୟରେ ଆଜି ସକାଳେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ତା ପରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ l ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ କେନ୍ଦ୍ରାପଡ଼ା, ମହାକାଳପଡ଼ା ଓ ରାଜକନିକା ବ୍ଲକର ସଙ୍ଗରୋଧ କେନ୍ଦ୍ରରେ ଥିଲେ |ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ରେ ପହଞ୍ଚିଛି। ୪୫୦ଟି ସକ୍ରିୟ ମାମଲା ରହିଥିବା ବେଳେ ୩ଜଣ ମୃତ୍ୟୁ ବରଣ କରିଛନ୍ତି |