Odisha news

ମୁଖ୍ୟମନ୍ତ୍ରୀ :ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ

0

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକଡାଉନ୍ ଜାରି ଥିବା ବେଳେ ଆଗାମୀ ୪୮ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲକଡାଉନ୍‌ରେ ରାଜ୍ୟବାସୀଙ୍କ ସହଯୋଗ ପାଇଁ ମୁଁ ଧନ୍ୟବାଦ ଜଣାଉଛି । ରାଜ୍ୟ ସରକାର କରୋନା ରୋଗୀ ଚିହ୍ନଟ ହୋଇଥିବା ତିନିଗୋଟି ସହର ଯଥା ଭୁବନେଶ୍ୱର, କଟକ ଓ ଭଦ୍ରକରେ ଆଜି ରାତି ୮ଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍ ଜାରି କରିଛନ୍ତି । ଏହି ୪୮ ଘଣ୍ଟା ପ୍ରଶାସନ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ନବୀନ କହିଛନ୍ତି ।

I & PR Department, Odisha@IPR_Odisha

କଟକ ମହାନଗର ନିଗମ, ଭୁବନେଶ୍ବର ମହାନଗର ନିଗମ ଏବଂ ଭଦ୍ରକ ପୌରାଞ୍ଚଳରେ ୪୮ ଘଣ୍ଟା ପାଇଁ ଜାରି ହୋଇଥିବା ସଟ୍ ଡାଉନ୍ ପାଳନ ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ନିବେଦନ:

View image on Twitter
18 people are talking about this
ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ୪୮ ଘଣ୍ଟା ମଧ୍ୟରେ ପ୍ରଶାସନ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଭଲ ଭାବରେ କରିପାରିବେ । କରୋନା ସଂକ୍ରମଣକୁ ରୋକିବା ପାଇଁ ଏହା ଖୁବ ଜରୁରୀ ଅଟେ । ନିଜ ପରିବାର ଓ ବନ୍ଧୁମାନଙ୍କ ଭଲ ପାଇଁ, ମଙ୍ଗଳ ପାଇଁ ଆମକୁ ବ୍ୟକ୍ତିଗତ ଭାବରେ ଏହି ତ୍ୟାଗ କରିବାକୁ ହେବ । କଷ୍ଟ ସ୍ୱୀକାର କରିବାକୁ ହେବ । ଆମର ଏହି ତ୍ୟାଗ ହିଁ ଆମ ସମସ୍ତଙ୍କୁ ସୁରକ୍ଷିତ ରଖି ପାରିବ ବୋଲି ନବୀନ କହିଛନ୍ତି ।
Leave A Reply