ଭୁବନେଶ୍ୱର, ୦୧ ଜୁଲାଇ – ଆସନ୍ତା ୨୪ ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।