୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନ : ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲକୁ ମୁ
ତା.26.4.୨୩ : ଆମେ ଏବେ ବଡ ବଡ ସ୍ବପ୍ନ ଦେଖିପାରୁଛୁ ଏବଂ ସଫଳ ହେବୁ ବୋଲି ମଧ୍ୟ ଭାବୁଛୁ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମତରୁ ଏହା ସ୍ପଷ୍ଟ ହୋଇଛି ଯେ ସେମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ବାସ ସୃଷ୍ଟି ହୋଇଛି। କୋରାପୁଟ ଜିଲ୍ଲାର ଜଣେ ଛାତ୍ରୀ ବିଷ୍ଣୁପ୍ରିୟା କହିଥିଲେ ଯେ ସେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଗଭୀର ଭାବେ ପ୍ରଭାବିତ ହୋଇଛନ୍ତି। ବଡ ହେଲେ ସେ ନିଜେ ମୁଖ୍ୟମନ୍ତ୍ରୀ ହୋଇ ଓଡିଶାବାସୀଙ୍କ ସେବା କରିବାର ସ୍ବପ୍ନ ଦେଖୁଛନ୍ତି ବୋଲି କହିଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ବହୁତ ଖୁସି ହୋଇ ତାଙ୍କୁ ଆଶୀର୍ବାଦ କରିଥିଲେ ଏବଂ ସମାଜ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ପରାମର୍ଶ ଦେଇଥିଲେ ।