ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ-2021 ପାଳନ ଅବସରରେ ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଆଜି ପୂର୍ବାହ୍ନରେ ୱାଲଟିୟର ରେଳ ମଣ୍ଡଳ ମୁଖ୍ୟାଳୟ ଠାରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠା ଓ ସ୍ୱଚ୍ଛତା ଆଣିବାକୁ ଶପଥ ପାଠ କରାଇଥିଲେ | ଅତିରିକ୍ତ ମହାପ୍ରବାଣ୍ଡଝାଙ୍କ ଶ୍ରୀ ସୁଧୀର କୁମାର ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ “ଅଖଣ୍ଡତା” ଉପରେ ଶପଥ ପାଠ କରାଇଥିଲେ |
ଜୀବନରେ ସମସ୍ତ କ୍ଷେତ୍ରରେ ସାଧୁତା ସହିତ ନିୟମର ପାଳନ କରିବା; କାହାଠାରୁ ଲାଞ୍ଚ ନନେବା କିମ୍ବା ନଦେବା; ସମସ୍ତ କାର୍ଯ୍ୟକୁ ସଛୋଟତା ସହ ପାରଦର୍ଶିତା ଭଳି କାର୍ଯ୍ୟକରିବା; ସାର୍ବଜନିକ ହିତରେ କାର୍ଯ୍ୟକରିବା; ବ୍ୟକ୍ତିଗତ ବ୍ୟବହାରରେ ସତ୍ୟନିଷ୍ଠା ପ୍ରଦର୍ଶନ କରିବା ସହ ଉଦାହରଣ ଦ୍ୱାରା ନେତୃତ୍ୱ ନେବା ଏବଂ ଭ୍ରଷ୍ଟାଚାରର ଯେକୌଣସି ଘଟଣାକୁ ଉଚିତ ଅଧିକାରୀଙ୍କୁ ଜଣାଇବାକୁ ମଧ୍ୟ ରେଳକର୍ମଚାରୀ ମାନେ ସଂକଳ୍ପ ନେଇଛନ୍ତି |
ଏହି ଶପଥ ଗ୍ରହଣ ଉତ୍ସବରେ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ | ବରିଷ୍ଠ ଉପ ମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ଶ୍ରୀ ସଞ୍ଜୟ ମହାପାତ୍ର ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ |

Comments are closed.