ନୂଆପଡା: ଓଡିଶା ସରକାରଙ୍କ ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ତତନ ବିଧାୟକ ଶ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ତାଙ୍କ ସରକାରୀ ବାସଭବନରେ ଶୋଇଥିବା ସମୟରେ ଅକସ୍ମାତ୍ ବିୟୋଗ ହୋଇଯାଇଛି। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଖଡିଆଳ ନିର୍ବାଚନ ମଣ୍ଡଳୀରେ ଶୋକରଛାୟା ଖେଳିଯାଇଛି।
ସ୍ୱର୍ଗତ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରେ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜୁ ଜନତା ଦଳ ସରକାରରେ ସେ ମନ୍ତ୍ରୀ ମଧ୍ୟ ରହିଥିଲେ। ୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ। ସେହିବର୍ଷ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିରୁ ଲଢ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳକୁ ଫେରି ଆସିଥିଲେ।