ବୁଗୁଡା : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ପଦ୍ମ ଚରଣ ପାଣିଗ୍ରାହୀଙ୍କ ଦେହାନ୍ତରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଗତ ଶନିବାର ସକାଳ ସାଢେ ଆଠଟା ବେଳେ ହଠାତ୍ ହୃତକ୍ରିୟା ବନ୍ଦ ଯୋଗୁଁ ମୃତ୍ୟୁ ଘଟିଥିଲା। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ସ୍ତ୍ରୀ, ପୁଅ, ବୋହୁ, ଝିଅ ଓ ଆତ୍ମିୟ ସ୍ବଜନ ଉପସ୍ଥିତ ଥିଲେ । ସେ ଜଣେ ଦକ୍ଷ, କର୍ତ୍ତବ୍ୟନିଷ୍ଠ , ଧର୍ମପରାୟଣ ଓ ଛାତ୍ରବତ୍ସଳ ଆଦର୍ଶ ଶିକ୍ଷକ ଥିଲେ । ତାଙ୍କର ମୃତ୍ୟୁରେ ଅଞ୍ଚଳର ହଜାର ହଜାର ଛାତ୍ରଛାତ୍ରୀ ଦୁଃଖ ପ୍ରକାଶ କରିଥିବା ବେଳେ ଶିକ୍ଷକ ଓ ବୁଦ୍ଧିଜୀବୀ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ମର ଶରୀରକୁ ପୁରୀ ସ୍ବର୍ଗଦ୍ବାରରେ ଅନ୍ତିମ ସଂସ୍କାର କରାଯାଇଥିଲା ।