Odisha news

ଅନୁଗୋଳ ଜିଲ୍ଲା ଗସ୍ତରେ କେନ୍ଦ୍ରମନ୍ତ୍ରୀ : ଗ୍ରାମାଂଚଳର ସମସ୍ୟା ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0
ତାଳଚେର /ଅନୁଗୋଳ,୧୪-୫ ଅନୁଗୋଳ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କଣିହାଁ ସମେତ ବିଭିନ୍ନ ଅଂଚଳରେ ସ୍ଥାନୀୟ ବାସୀଙ୍କୁ ଭେଟି ଗ୍ରାମାଂଚଳର ସମସ୍ୟା ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ ଅନେକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଥମେ କଣିହାଁ ଠାରେ ସ୍ଥାନୀୟ ଜନସାଧାରଣଙ୍କ ସହ ସାକ୍ଷାତ୍ କରି ଅଂଚଳର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ପରେ କଣିହାଁ ବାଇପାସ୍ ଛକ ସ୍ଥିତ ତାଳଚେର ପ୍ରଜାମଣ୍ଡଳ ଶହୀଦ୍ ସ୍ମୃତି ସ୍ତମ୍ଭକୁ ଯାଇ ପ୍ରଜାମଣ୍ଡଳ ଆନ୍ଦୋଳନରେ ଶହୀଦ ହୋଇଥିବା ବୀର ସଂଗ୍ରାମୀ ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେଠାରେ ପ୍ରଜାମଣ୍ଡଳ ଭବନ ପରିସରରେ ଶାନ୍ତି ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମଧ୍ୟ ମାଲ୍ୟାର୍ପଣ କରିଥିଲେ କେନ୍ଦ୍ରମନ୍ତ୍ରୀ । ଏହାପରେ କଣିହାଁ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନାଲମ ଠାରେ ଶ୍ରୀ ନୃସିଂହ ଦେବଙ୍କ ପବିତ୍ର ଜନ୍ମୋତ୍ସବ ଅବସରରେ ଆୟୋଜିତ ଯଜ୍ଞ ପୂର୍ଣ୍ଣାହୁତି ପୂଜାରେ ସପରିବାର ସାମିଲ ହୋଇଥିଲେ । କୂଳ ଦେବତା ପ୍ରଭୁ ନୃସିଂହ ଦେବଙ୍କ ନିକଟରେ ଜଗତର କଲ୍ୟାଣ ଏବଂ ମାନବ ଜାତିର ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ ।
ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କଣିହାଁ ବ୍ଲକ ତାଳପଦା ଶିବ ମନ୍ଦିରରେ ବାବା ଶିଂଘେଶ୍ୱର ଏବଂ ଦୁର୍ଗାପୁରରେ ମାଆ ଦୁର୍ଗାଙ୍କ ମନ୍ଦିରରେ ଦର୍ଶନ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ରମନ୍ତ୍ରୀ ଙ୍କ ସହ ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଓ ଅଗସ୍ତି ବେହେରା, ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ବରିଷ୍ଠ ନେତା ଯଯାତି ପଟ୍ଟନାୟକ, ଜିଲ୍ଲା ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ, ଜିଲ୍ଲା ସମ୍ପାଦକ ପ୍ରଶାନ୍ତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ |
Nalco
Leave A Reply