ସେ ମଧ୍ୟ ଏହି ଅଞ୍ଚଳରେ ରେଳବାଇର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି | ଏହି ଅବସରରେ ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ (କାର୍ଯ୍ୟକାରୀ) ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ଏବଂ ଖୋର୍ଦ୍ଧା ରୋଡ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ରିଙ୍କେଶ ରାୟ ଉପସ୍ଥିତ ଥିଲେ |
ଶ୍ରୀ ତ୍ରିପାଠୀ ମଧ୍ୟ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍ (MCL) କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ଏବଂ କୋଇଲା ପରିବହନ ଏବଂ ଟ୍ରାଫିକ୍ ସୁବିଧା କ୍ଷେତ୍ରରେ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶୃତି ଦେଇଛନ୍ତି |