Odisha news

କଂଗ୍ରେସ ଓ ବିଜେଡି ପରିତ୍ୟାଗ କରି ବହୁ ନେତା ଏବଂ କର୍ମୀଙ୍କ ବିଜେପିରେ ଯୋଗଦାନ

0

 କଂଗ୍ରେସ ମୁଖପାତ୍ର ମନୋଜ ମହାପାତ୍ର ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଟାନିକ ଭାବେ ବିଜେପିରେ ସାମିଲ
 ଯାଜପୁର ଜିଲ୍ଲା ସୁକିନ୍ଦାର ବରିଷ୍ଠ ବିଜେଡି ନେତା ଅମଳେନ୍ଦୁ ବେଉରା ମଧ୍ୟ ନିଜ ଶାତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ
 ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିଦେ୍ର୍ଦଶକ ଡ.ପ୍ରୀତି ପ୍ରତିଭା ଭୋଳ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ସୁରଜ ମିଶ୍ର ଏବଂ ବିଶିଷ୍ଟ ଜ୍ୟୋର୍ତିବିଦ୍ ପବିତ୍ର ମୋହନ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ

ଭୁବନେଶ୍ୱର,ତା.୦୪/୧୦: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟ ଶୈଳୀ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଆସ୍ଥା ପ୍ରକଟ କରି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କଂଗ୍ରେସ ଓ ବିଜେଡି ପରିତ୍ୟାଗ କରି ବହୁ ନେତା ଏବଂ କର୍ମୀ ବିଜେପିରେ ଯୋଗଦାନ କରିଛନ୍ତି ।
କଂଗ୍ରେସ ଦଳର ମୁଖପାତ୍ର ଶ୍ରୀ ମନୋଜ ମହାପାତ୍ର ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଟାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଯାଜପୁର ଜିଲ୍ଲା ସୁକିନ୍ଦାର ବରିଷ୍ଠ ବିଜେଡି ନେତା ଶ୍ରୀ ଅମଳେନ୍ଦୁ ବେଉରା ମଧ୍ୟ ନିଜ ଶାତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିଦେ୍ର୍ଦଶକ ଡ.ପ୍ରୀତି ପ୍ରତିଭା ଭୋଳ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ସୁରଜ ମିଶ୍ର ଏବଂ ବିଶିଷ୍ଟ ଜ୍ୟୋର୍ତିବିଦ୍ ପବିତ୍ର ମୋହନ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଉତରୀୟ ଏବଂ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବା ସହ ଭବିଷ୍ୟତରେ ବିଜେପିର ସଙ୍ଗଠନ ଆହୁରି ମଜବୁତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ଯାଜପୁର ଜିଲ୍ଲା ସଭାପତି ଗୈାତମ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ବଳସାମନ୍ତଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ ।

 

Leave A Reply