ମେଷ – ବିଳାସ ଉପକରଣ କ୍ରୟକରିବା ସକାଶେ ଘରୁ ବରାଦପାଇପାରନ୍ତି। ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
ବୃଷ – ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇଉଠିବା ଆଶଙ୍କା ରହିଛି । ଆସନ୍ତାକାଲିର ଆନୁଷ୍ଠାନିକକାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ ।କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ମିଥୁନ – ଆଜି ଯାହା କିଛି କିବେ ସେଥିରେ ସାମାନ୍ୟବ୍ୟତିକ୍ରମ ଦେଖା ଦେଇପାରେ । ପରିସ୍ଥିତିକୁ ଆଖିଆଗରେରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ ।ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି ।
କର୍କଟ – ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲହେବ । ମୁହଁ ଖୋଲିଲେ ପାଖ ପଡୋଶୀଙ୍କ ସାହାର୍ଯ୍ୟ ସହ-ଯୋଗରଅଭାବ ରହିବ ନାହିଁ । କେତେକ ଅପ୍ରୀତିକର ପରିସ୍ଥିତି ସାମନାକରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ ।
ସିଂହ – ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଆଗାମୀ ସମୟରେ ପରିସ୍ଥିତି ବିଷୟକୁନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।
କନ୍ୟା – ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେଅଗ୍ରଗାମୀ ହେବେ। ବିଭିନ୍ନ ପ୍ରକାରର କାରଣକୁ ନେଇମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।
ତୁଳା – ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବାନେଇ ସମସ୍ୟା ଦେଖା ଦେଇପାରେ । ବିଭିନ୍ନ ପ୍ରକାରର ଅସୁବିଧା
ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ ।
ବିଛା – ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣସମସ୍ୟା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରର କୌଣସି ଅତୀତଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ।
ଧନୁ – ସାମନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିରହିବ ନାହିଁ । ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତାଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ।
ମକର – କର୍ମକ୍ଷେତ୍ରରେ କେତେକ ଫାଇଲ୍ କାମ ସକାଶେଅସୁବିଧାରେ ପଡି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି ।
କୁମ୍ଭ – ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣିବଢିଯିବ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।
ମୀନ – ବ୍ୟବସାୟ, ପରିବହନ ଓ ଯାତ୍ରା ରେ ସୁଫଳ ପାଇବା ଆଶାରହିଛି । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ
ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତଦିଅନ୍ତୁ ନାହିଁ । ।
