ଛତ୍ରପୁର,୬/୪ : ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଗୁରୁବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଖାତା ବହି ସହ ଟୋବାଲ ବଣ୍ଟନ କରାଯାଇଛି । ସ୍ଥାନୀୟ ତାଡେପଲ୍ଲୀ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଫାଉଣ୍ଡେସନର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୈାରହିତ୍ୟରେ ଅତିଥୀ ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ , ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର , ଛତ୍ରପୁର ନଗର ବିଜେଡି ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଖାତା ବହି ସହ ବିଭିନ୍ନ ସାମଗ୍ରୀ ପ୍ରଦାନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଟ୍ରଷ୍ଟର ପୁଷ୍ପଞ୍ଜଳି ଓ ସୁଦେଷ୍ଣା ସାହୁ ପରିଚାଳାନା କରିଥିଲେ ।