Odisha news

ଆସନ୍ତୁ ଜାଣିବା ଆଜି ଦିନଟି କେମିତି କଟିବ

0

ମେଷ: ଆର୍ଥିକ କାରବାରରେ ଲାଭ ମିଳିବ । ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ । ପରିଶ୍ରମ ଅନୁଯାୟୀ ସୁଫଳ ପାଇବେ । ବୃଥା ବିବାଦ, କଳିଝଗଡ଼ା, ମାଲିମକଦ୍ଦମା ଭିତରେ ନ ପଶିବା ବିଜ୍ଞତାର ପରିଚାୟକ । ଚାପ ଯୋଗୁଁ ମାଂସପେଶୀୟ ଯନ୍ତ୍ରଣା ହୋଇପାରେ ।

ବୃଷ: ଦୁଃଖ, ଯାତନା ଦେଖାଦେଇପାରେ । ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ । କିଛି ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କ କଥା ଉପରେ ଧ୍ୟାନ ନ ଦେଇ ଆପଣଙ୍କର କାର୍ଯ୍ୟଦକ୍ଷତା ଉପରେ ବିଶ୍ୱାସ କରନ୍ତୁ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ପରିବାରର ସମର୍ଥନ ନେବା ଉଚିତ ।

ମିଥୁନ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । ଧୈର୍ଯ୍ୟ ଧରିଲେ ଲାଭର ନୂତନ ପଥ ଖୋଲିଯିବ । କୌଣସି ଧାର୍ମିକ କାର୍ଯ୍ୟକ୍ରମକୁ ଯିବାର ସୁଯୋଗ ପାଇବେ । ପିଲାମାନଙ୍କର କୌଣସି କାର୍ଯ୍ୟକଳାପ ହେତୁ ଘରେ ଅଶାନ୍ତି ଦେଖାଦେଇପାରେ ।

କର୍କଟ: କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ପ୍ରତିକୂଳ ପରିସ୍ଥିତି ବିରୋଧରେ ଲଢ଼େଇ କରିବାର କ୍ଷମତା ଅର୍ଜନ କରିବେ ।

ସିଂହ: ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ । କିଛି ବିନିଯୋଗ ସମ୍ବନ୍ଧୀୟ ଯୋଜନା ପ୍ରସ୍ତୁତ କରିପାରନ୍ତି । ପିତୃତୁଲ୍ୟ ବ୍ୟକ୍ତିଙ୍କ ସମର୍ଥନ ଆପଣଙ୍କ ପାଇଁ ଲାଭଦାୟୀ ହେବ ।

କନ୍ୟା: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । ବ୍ୟବସାୟ ଅନେକ ପ୍ରତିଯୋଗିତାର ସମ୍ମୁଖୀନ ହେବ । କିଛି ନକାରାତ୍ମକ ପ୍ରବୃତ୍ତିର ଲୋକ ଆପଣଙ୍କ ବିରୋଧରେ ଷଡଯନ୍ତ୍ର ରଚିପାରନ୍ତି । ସ୍ୱାମୀ-ସ୍ତ୍ରୀ ସଂପର୍କରେ କିଛି ବିବାଦ ଦେଖାଦେବ ।

Leave A Reply