ବାରିପଦା : ପ୍ରତିବର୍ଷ ପରି ଚଳିତ ବର୍ଷ ବାରିପଦା ରଘୁନାଥପୁର ସ୍ଥିତ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟରେ ଛାତ୍ରଛାତ୍ରୀ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ଚଳିତ ବର୍ଷ ବିଦ୍ୟାଳୟରେ ମୋଟ ୭୩ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୮୦ପ୍ରତିଶତ ଉପରେ ୧୦ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିବା ବେଳେ ୬୨ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ଓ ୧୦ଜଣ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନରେ ଏସକେ ମୁସ୍ତାକିମ, ତୃଷ୍ଣା ମହାନ୍ତ ଓ ହେମଲତା ସି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ବାଣିଜ୍ୟରେ ଶଙ୍କର କିସ୍କୁ ୭୬ପ୍ରତିଶତ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଛାତ୍ରଛାତ୍ରୀ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ଛାତ୍ରଛାତ୍ରୀ ମାନଙ୍କ ଅକ୍ଲାନ୍ତ ପରିଶ୍ରମ ଏବଂ ସମସ୍ତ ଅଧ୍ୟାପକ, ଅଧ୍ୟାପିକାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା କର୍ମ·ରୀଙ୍କର ସଂପୂର୍ଣ୍ଣ ପ୍ରୟାସ, ତ୍ୟାଗ ଫଳରେ ଏହି ସଫଳତା ହାସଲ କରାଯାଇପାରିଛି । ଏହି ସଫଳତା ପାଇଁ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ଆବାସିକ ବିଦ୍ୟାଳୟର ପରିଚାଳନା ସମିତିର ସଭାପତି ଇଂ ପ୍ରଭାସ କୁମାର ଦାସ, ସମ୍ପାଦକ ପ୍ରଶାନ୍ତ କୁମାର ଦାସ, ନିଦେ୍ର୍ଦଶକ ଡଃ ସମୀର ପ୍ରଧାନ, ଅଧ୍ୟକ୍ଷା ଅଙ୍କିତ ବାରିକ, ଉପାଧ୍ୟକ୍ଷ ଡଃ ଆଦର୍ଶ ଶତପଥୀ, ସଦସ୍ୟ ରମାକାନ୍ତ ପାତ୍ର ଓ ଇଂ ଯତୀନ କୁମାର ବାରିକ ପ୍ରମୁଖ ଅନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକଙ୍କୁ ଧନ୍ୟବାଦ ଦେବା ସହ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇ ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।