ବାରିପଦା : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଏହି ଘଟଣାରେ ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲେରୋ ଗାଡି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପନିଦେ୍ର୍ଦଶକ ସମ୍ରାଟ ଗୌଡା ସୂଚନା ଦେଇଛନ୍ତି । ବଜ୍ରକାପ୍ତା ବିକ୍ରି ମୂଲଚାଲ ସମୟରେ ବନବିଭାଗ ପୂର୍ବ ସୂଚନା ଅନୁସାରେ ଯୋଜନାବଦ୍ଧ ଭାବେ ଏହି ସଫଳତା ପାଇଥିବାବେଳେ ଗିରଫ ହୋଇଥିବା ଏହି ୮ଜଣ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି । ଏହି ବଜ୍ରକାପ୍ତାଟି ଇଣ୍ଡିଆନ୍ ଫାଙ୍ଗୋଲିନ୍ ଓ ଏହା ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ସ୍ତନ୍ୟପାୟୀ ପ୍ରାଣୀ ବୋଲି ବିଶ୍ୱାସ କରାଯାଏ । ତେଣୁ ଏଭଳି ପ୍ରଜାତିର ଜୀବଜନ୍ତୁକୁ ଶିକାର କରାଯାଇ ବାହାରକୁ ଚାଲାଣ କରାଯାଉଛି ।