କଣାସ,୧୬/୦୮/ :ରାଜ୍ୟ ସରକାର ସାଧାରଣ ଜନତାଙ୍କ ପାଇଁ ବିଭିନ୍ନ ଲୋକାଭିମୁଖୀ ଯୋଜନା ପ୍ରଣୟନ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବାକି ରହିଥିବା ଅନେକ ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ ଭତ୍ତା କାର୍ଡ ବଣ୍ଟନ ପାଇ ଘୋଷଣା କରିଛନ୍ତି ।ଏଥି ପାଇଁ କଣାସ ବ୍ଲକରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଯୋଗ ଦେଇ କଣାସ ବ୍ଲକର ୧୮୦୦ ବାର୍ଦ୍ଧକ୍ୟ, ବିଧବା ଓ ଶାରୀରିକ ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତାକାର୍ଡ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ କଣାସ ବ୍ଲକ୍ ବିଡ଼ିଓ ପବିତ୍ର କୁମାର ବେହେରା, ନିର୍ବାହୀ ଅଧିକାରୀ,ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ,ସରକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l