Odisha news

ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଶପଥପାଠ ଅନୁଷ୍ଠିତ

0

ବାରିପଦା  : ମଙ୍ଗଳବାର ଜିଲ୍ଲାପ୍ରଶାସନ ପକ୍ଷରୁ ଭାରତର ଲୌହ ମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଅଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ଜିଲ୍ଲାପାଳ ବିନୀତ୍ ଭରଦ୍ୱାଜ କାର୍ଯ୍ୟାଳୟ ର ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଏକତା, ଅଖଣ୍ଡତା ଓ ଆଭ୍ୟନ୍ତରିଣ ସୁରକ୍ଷାକୁ ଅକ୍ଷୁର୍ଣ୍ଣ ରଖିବାରେ ସଂକଳ୍ପବଦ୍ଧ ହୋଇ ନିଜକୁ ଦେଶ ପାଇଁ ସମ୍ପର୍ପିତ କରିବା ଉଦେ୍ଦଶ୍ୟରେ “ଶପଥ ପାଠ’ କରାଇଥିଲେ । ଅନୁଷ୍ଠିତ ଉକ୍ତ ଶପଥପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୌଲତ ଚନ୍ଦ୍ରକାର, ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିକାଶ ରଞ୍ଜନ ମହାନ୍ତି ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଅନନ୍ତ ପ୍ରସାଦ ସେଠୀ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥପାଠ କରିଥିଲେ ।

Govt
Leave A Reply