Odisha news

ରାଜ୍ୟ ସ୍ତରୀୟ ସୁରଭିରେ ପିସିପୁର ବିଦ୍ୟାଳୟର ସଫଳତା କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

0

ବାରିପଦା  : ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ରେ ମୟୂରଭଞ୍ଜ ଜିଲ୍ଲାକୁ ପ୍ରତିନିଧିତ୍ୱ କରି ପୂର୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସାଂସ୍କୃତିକ ଦଳ ରାଜ୍ୟରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଏନେଇ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ୭ଜଣ କୃତୀ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇବା ସହ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ଏବଂ ଏହି ସଫଳତା ପାଇଁ ସହଯୋଗ କରିଥିବା ସମସ୍ତଙ୍କ ଉଦ୍ୟମକୁ ମଧ୍ୟ ପ୍ରଶଂସା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ୱାଳ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ସିଂହ ତଥା ୱାର୍ଡେନ ସରୋଜ କୁମାର ସାବତ ପ୍ରମୁଖ ଉପସ୍ଥିତ ଥିଲେ ।

Nalco
Leave A Reply