Odisha news

ରାଜ୍ୟପାଳଙ୍କ ଭୂମିକା ନିରପେକ୍ଷ ରହୁ : ବିଜେଡି

0

 ଓଡିଶାରବିଭିନ୍ନ ପ୍ରସଙ୍ଗରେମତରଖୁଛନ୍ତିବିଶ୍ୱଭୂଷଣ
 ପୁଅରରାଜନୈତିକଭବିଷ୍ୟତ ପାଇଁବିଶ୍ୱଭୂଷଣବ୍ୟଗ୍ର
 ସାମ୍ବିଧାନିକବିଧି ବ୍ୟବସ୍ଥାମଧ୍ୟରେରାଜ୍ୟପାଳରହିବାଗ୍ରହଣୀୟ

ଭୁବନେଶ୍ୱର, ୨୪/୧୧/୨୦୨୩:ବିଗତ ୭୬ ବର୍ଷ ଧରି ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ରାଜ୍ୟପାଳ ମାନେ ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ ଏବଂ ନିରପେକ୍ଷ ଭୂମିକା ଗ୍ରହଣ କରିଛନ୍ତି । ଯେତେବେଳେ ଜଣେ ଓଡ଼ିଆଙ୍କୁ ରାଜ୍ୟପାଳ ପଦରେ ନିଯୁକ୍ତି ମିଳିଥାଏ, ସେ ଆସାମର ରାଜ୍ୟପାଳ ଭାବେ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ହୁଅନ୍ତୁ, ଝାଡଖଣ୍ଡର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କିମ୍ବା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ, ଯିଏକି ଏବେ ଛତିଶଗଡ ରରାଜ୍ୟପାଳ ଅଛନ୍ତି, ଆମେ ସମସ୍ତେ ସବୁବେଳେ ଖୁସି ହୋଇଛୁ ବୋଲି କହିଛନ୍ତି ବିଜେଡି ସାଂସଦ ତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମଳନୀରେ ଡକ୍ଟର ପାତ୍ର କହିଛନ୍ତି ଯେ ଭାରତୀୟ ସମ୍ବିଧାନର ଧାରା ୧୫୩ ରୁ ୧୬୨ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ପାଇଁ ନିର୍ଦ୍ଦିଷ୍ଟ କ୍ଷମତା ଓ ସେବା ସର୍ତ୍ତାବଳୀ ରଖା ଯାଇଛି । ସାମ୍ବିଧାନିକ ଦୃଷ୍ଟିରୁ ରାଜ୍ୟପାଳ ମାନେ ନିରପେକ୍ଷ ରହିବେ ବୋଲି ଆଶା କରାଯାଇଛି । ରାଜ୍ୟପାଳ ମାନେ ଅଣ ରାଜନୈତିକ ପଦବୀରେ ଅଧିଷ୍ଠିତ ହେଉଥିବାରୁ ରାଜ୍ୟପାଳ ପଦ ଗ୍ରହଣ କରିବା ପୂର୍ବରୁ ସେ ସମ୍ପୃକ୍ତ ଥିବା ରାଜନୈତିକ ପଦ କିମ୍ବା ରାଜନୈତିକ ଦଳରୁ ତାଙ୍କୁ ଇସ୍ତଫା ଦେବାକୁ ପଡ଼ିଥାଏ । ସେମାନେ ଏପରି କୌଣସି ବୟାନ କିମ୍ବା ମନ୍ତବ୍ୟ ନ ଦେଇ ରାଜ୍ୟପାଳ ପଦର ମର୍ଯ୍ୟାଦା ବଜାୟ ରଖିବେ ବୋଲି ଆଶା କରାଯାଉଛି ଯାହା ସେମାନଙ୍କ ପଦବୀର ମର୍ଯ୍ୟାଦା ଏବଂ ସମ୍ମାନକୁ ହ୍ରାସ କରିପାରେ ।

ତେବେ ଗତ କିଛି ଦିନ ହେବ ଦେଖିବାକୁ ମିଳୁଛି ଯେ ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରି ଚନ୍ଦନ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ମତ ରଖିବା ଆରମ୍ଭ କରିଛନ୍ତି ଯାହା ତାଙ୍କ ଠାରୁ ଆଶା କରା ଯାଉନାହିଁ । ଆମେ ବୁଝିପାରୁଛୁ ଯେ ସେ ତାଙ୍କ ପୁଅ ପାଇଁ ଏକ ରାଜନୈତିକ ପଦବୀ ଖୋଜିବା ପାଇଁ ବ୍ୟଗ୍ର ଅଛନ୍ତି, ଯିଏକି ତାଙ୍କ ଜୀବନରେ କେବେବି ନିର୍ବାଚନ ଜିତି ନାହାନ୍ତି ଏବଂ ପୌର ନିର୍ବାଚନରେ କାଉନସିଲରର ନିର୍ବାଚନ ମଧ୍ୟ ହାରିଛନ୍ତିା

ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଠାରୁ ଆମେ ଆଶା କରୁଛୁ ଯେ ସେ ଓଡ଼ିଶା ଉପରେ ବିଭିନ୍ନ ପ୍ରସଙ୍ଗରେ ମତବ୍ୟକ୍ତ କରି ତାଙ୍କ ପଦର ମର୍ଯ୍ୟାଦା ଓ ସମ୍ମାନକୁ ହ୍ରାସକରିବେ ନାହିଁ, ଯାହା ତାଙ୍କଠାରୁ ଆଶା କରା ଯାଉ ନାହିଁ; ଏବଂ ଓଡ଼ିଶା ଭଳି ରାଜ୍ୟରେଏହା ପୂର୍ବରୁ କେବେବି ଦେଖିବାକୁ ମିଳିନଥିଲା ।
ଆସାମର ରାଜ୍ୟପାଳ ଥିବା ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଝାଡଖଣ୍ଡର ରାଜ୍ୟପାଳ ଥିବା ଶ୍ରୀ ଦ୍ରୌପଦୀ ମୁର୍ମୁଙ୍କ ଭଳି ଓଡ଼ିଆଙ୍କୁ ଓଡିଶା ଦେଖିଛି । ସେମାନେ ରାଜ୍ୟପାଳ ଥିଲେ ମଧ୍ୟ କେବେବି ଏପରି ଶବ୍ଦ ଉଚ୍ଚାରଣ କରି ନଥିଲେ ଯାହା ସେମାନଙ୍କ ପଦ ଓ ମର୍ଯ୍ୟାଦା ପାଇଁ ଅନୁପଯୁକ୍ତ ବୋଲି ବିବେଚନା କରାଯିବ । ଏହା ହେଉଛି ଜଣେ ଭଲ ରାଜ୍ୟପାଳଙ୍କ ପ୍ରକୃତ ମାନ୍ୟତା, ଯିଏକି ରାଜ୍ୟପାଳ ପଦର ପବିତ୍ରତା ଏବଂ ମର୍ଯ୍ୟାଦା ବଜାୟ ରଖନ୍ତି ।

ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଠାରୁ ଆମେ ଆଶା କରୁଛୁ ଯେ ଏଭଳି ବୟାନ ଦେବାରୁ ଦୂରେଇ ରହିବେ ଯାହା ତାଙ୍କଠାରୁ ଏବଂ ଛତିଶଗଡ଼ର ରାଜ୍ୟପାଳ ଭାବରେ ତାଙ୍କ କାର୍ଯ୍ୟାଳୟ ଠାରୁ ଆଶା କରା ଯାଉନାହିଁ । ସେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳଏବଂ ବର୍ତ୍ତମାନ ଛତିଶଗଡର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ସମୟରେ ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଯେଉଁ ଶପଥ ନେଇଛନ୍ତି ତଦନୁଯାୟୀତାଙ୍କର ଦାୟିତ୍ୱ ଅଣ ରାଜନୈତିକ ରହିବା ଉଚିତ୍‌ ବୋଲି ଡକ୍ଟର ପାତ୍ର କହିଛନ୍ତି । ଏହିସାମ୍ବାଦିକ ସମ୍ମିଳନୀରେ ବିଜେଡିମୁଖପାତ୍ର ଡକ୍ଟର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ ।

 

Leave A Reply