Odisha news

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଡିହପଢାଳ ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

0

ଭଞ୍ଜନଗର,13/12 (ଭଞ୍ଜନଗର ରୁ ଅମରେନ୍ଦ୍ର କୁମାର ପଟ୍ଟନାୟକ ) ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଡିହପଢାଳ ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଇଯାଇଛି, ଏଥିରେ ମୁଖ୍ୟ ଅତିଥି ଭାବରେ ବିଜ୍ଞ୍ୟାପିତ ଅଂଚଳ ପରିଷଦର ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ, ସାନମାନୀୟ ଅତିଥି ସଭାପତି ଡ଼. ପ୍ରଦୀପ କୁମାର ପଟ୍ଟନାୟକ, ସମ୍ପାଦକ ପଦ୍ମନାଭ ପ୍ରଧାନ, ଉପସଭାପତି ଅନୁପମ ବାନାର୍ଜୀ ଯୋଗ ଦେଇଥିଲେ, କ୍ରୀଡା ପ୍ରତିଯୋଗୀ ଙ୍କ ମଧ୍ୟରେ ୧୦୦,୨୦୦,୪୦୦,୮୦୦,୧୫୦୦,
୩୦୦୦ ମିଟର ଦୌଡ଼, ବାଧା ଦୌଡ଼, ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଗୋଲା ଫିଙ୍ଗା, ଥାଳିଆ ଫିଙ୍ଗା, ବର୍ଚ୍ଚା ଫିଙ୍ଗା ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର, କ୍ରୀଡା ଶିକ୍ଷକ ସୁଶାନ୍ତ କୁମାର ବେହେରା ଓ ବିକାଶ କୁମାର ଗୌଡ଼ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏଥିରେ ସହଯୋଗ କରିଥିଲେ.

Leave A Reply