Odisha news

ବାରିପଦା ଠାରେ ଜିଲ୍ଲାସ୍ତରୀୟ ଶହୀଦ ଦିବସ ପାଳିତ

0

ବାରିପଦା  : ଭାରତର ସ୍ୱାଧୀନତା ପାଇଁ ବଳି ଦେଇଥିବା ଶହୀଦ ମାନଙ୍କର ଅମର ଆତ୍ମା ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଉଦେ୍ଦଶ୍ୟରେ ତଥା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଉପଲକ୍ଷେ ମଙ୍ଗଳବାର ଦିନ ମୟୂରଭଂଜ ସଦର ମହକୁମା ବାରିପଦା ଠାରେ ସେମାନଙ୍କ ସ୍ମୃତି ଉଦେଶ୍ୟରେ ଶହୀଦ ଦିବସ ପାଳନ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସାଧାରଣ ସଭା ଏବଂ ଶହୀଦ ମାନଙ୍କ ଉଦେ୍ଦଶ୍ୟରେ ୨ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଜିଲ୍ଲାପାଳ ଆଶିଷ ଠାକରେ ଏହି ସଭାରେ ଯୋଗଦାନ କରିଥିଲେ ଏବଂ ଏହି ଦିବସ ପାଳନର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ସମ୍ଭନ୍ଧରେ ଉଲ୍ଲେଖ କରିଥିଲେ । ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପାଣି ଉକ୍ତ କାର୍ଯ୍ୟକ୍ରମ ନିମନ୍ତେ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ ଏହି ଦିବସ ପାଳନର କାର୍ଯ୍ୟସାରଣୀ ମୁତାବକ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ । ଏହି ଅବସରରେ ଜିଲ୍ଲାପାଳଙ୍କ ପୌରହିତ୍ୟରେ ଦେଶ ପାଇଁ ପ୍ରାଣ ବଳି ଦେଇ ଶହୀଦ ହୋଇଥିବା ମହାପୁରୁଷ ମାନଙ୍କ ଅମର ଆତ୍ମା ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଉଦେ୍ଦଶ୍ୟରେ “ଦୁଇ ମିନିଟ ନୀରବ ପ୍ରାର୍ଥନା’ କରାଯାଇଥିଲା । ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ରଜନୀକାନ୍ତ ସ୍ୱାଇଁଙ୍କ ସମେତ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଅଭିମନୁ୍ୟ ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଇରଙ୍ଗପୁର ଦୌଲତ ଚନ୍ଦ୍ରକାର, ବାରିପଦା ଉପଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ, ଅତିରିକ୍ତ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦେବାଶିଷ ମହାପାତ୍ର, ବାରିପଦା ଡେପୁଟି କଲେକ୍ଟର (ଇଲେକ୍ସନ) ଦୁର୍ଗା ଚରଣ ମୁର୍ମୁ, ଡେପୁଟି କଲେକ୍ଟର ଶୁଭରଂଞ୍ଜନ ନାୟକ, ଡେପୁଟି କଲେକ୍ଟର ବିଶ୍ୱଜିତ ପଣ୍ଡା, ଡେପୁଟି କଲେକ୍ଟର ଶୁଭଙ୍କରୀ ସୁଦେସ୍ନା ଦାଶ, ଡେପୁଟି କଲେକ୍ଟର ସୁଶ୍ରୀ ଶ୍ରଦ୍ଧା ସୁମନଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଉପବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ନୀରବ ପ୍ରାର୍ଥନାରେ ଅଂଶଗ୍ରହଣ କରି ଦେଶ ପାଇଁ ପ୍ରାଣ ବଳି ଦେଇଥିବା ଶହୀଦ ମାନଙ୍କ ଅମର ଆତ୍ମାପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Ad2
Leave A Reply