ବିଭିନ୍ନ ବିଭାଗରେ କାମ କରୁଥିବା ଆଉଟସୋର୍ସିଂ କର୍ମଚାରୀମାନଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବଢିବ
ପ୍ରତି ପାଞ୍ଚ ବର୍ଷ ର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ଟଙ୍କା ମିଳିବ
ଭୁବନେଶ୍ବର,୭.୩.୨୪ : Service Provider Agency ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।
ସୂଚନାଯୋଗ୍ୟ ଯେ ଏହି ଆଉଟସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।
୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।
୩. ଆଉଟସୋର୍ସିଂ କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ.
୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ ।
୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ ।
୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ ।
୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।
ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency ମାନଙ୍କ ସହିତ supplementary agreement କରିବେ ।