Odisha news

୧୭୬ ଜଣ ଙ୍କୁ ଭିନ୍ନକ୍ଷମ ଉପକରଣ ବଣ୍ଟନ

0
ଭୁବନ :  ଭୁବନ ପଞ୍ଚାୟତ ନିର୍ବାଚନ ଆନୁକୁଲ୍ୟରେ ୧୭୬ ଜଣଙ୍କୁ ଭିନ୍ନକ୍ଷମ ଉପକରଣ ବଣ୍ଟନ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟ୍ରାଇ ସାଇକେଲ, ହୁଇଲ ଚେୟାର ଓ ଶ୍ରବଣ ଯନ୍ତ୍ର ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଡ଼ିଓ କଲ୍ୟାଣ ସୌରଭ ଦାଶ ଙ୍କ ସମେତ ଭୁବନ ନଗରପାଳ ଶୁଭେନ୍ଦୁ କୁମାର ସାହୁ,ବ୍ଲକ ଉପାଧ୍ୟକ୍ଷା ସରୋଜିନୀ ଦ୍ବିବେଦୀ,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ବିଜନ କୁମାର ମିଶ୍ର,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଖଗେଶ୍ବର ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।
Govt
Leave A Reply