Odisha news

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟ୍ରକ୍, ୨ ମୃତ

0

ବାରିପଦା  : ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଲା ମାଲବାହୀ ଟ୍ରକ୍ । ଗାଡିଟି ପୋଲ ତଳକୁ ଖସି ପଡିବା ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତୁ୍ୟ ହୋଇଛି । ଏପରି ଏକ ଭୟଙ୍କର ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଜଗନ୍ନାଥଖୁଣ୍ଟା ଗ୍ରାମ ନିକଟରେ । ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ବାରିପଦାରୁ ଝାରପୋଖରିଆ ଅଭିମୁଖେ ଯାଉଥିବା ଏକ ଟ୍ରକ ୧୮ନଂ ଜାତୀୟ ରାଜପଥର ଜଗନ୍ନାଥଖୁଣ୍ଟା ନିକଟରେ ଭାରସାମ୍ୟ ହରାଇ ସୁବର୍ଣ୍ଣରେଖା ମୁଖ୍ୟ କେନାଲ ଉପରେ ନିର୍ମିତ ପୋଲ ତଳକୁ ଖସି ପଡ଼ିଥିଲା । ନଦୀରେ ପାଣି ନଥିବାରୁ ପଥରରେ ପିଟିହୋଇ ଡ୍ରାଇଭର ଓ ହେଲପରଙ୍କ ମୃତୁ୍ୟ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନଥିବାବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥାଇପାରେ ବୋଲି ସନେ୍ଦହ କରାଯାଉଛି । ଖବରପାଇ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚାଳକ ଓ ହେଲ୍ପରଙ୍କ ମୃତଦେହକୁ ଟ୍ରକ୍ ଭିତରୁ ଉଦ୍ଧାର କରିଥିଲେ । ତେବେ ମୃତ ୨ଜଣ ଶ୍ରୀକାକୁଲମ ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

Leave A Reply