ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି ୨୨ ଓ ୨୩ ତାରିଖରେ କେନ୍ଦ୍ର ନେତୃବୃନ୍ଦଙ୍କ ବିଭିନ୍ନ ସ୍ଥାନ ଗସ୍ତ କାର୍ଯ୍ୟକ୍ରମ
ସୁପ୍ରସିଦ୍ଧ ସିନେ ତାରକା ଶ୍ରୀ ଅରୁଣ ଗୋଭିଲ ଆସନ୍ତା କାଲି ୨୨ ତାରିଖ ଦିନ ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଏବଂ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ
ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ଦିନ କରଞ୍ଜିଆ,ଧାମନଗରର ଅସୁରାଳି, ବଡଚଣା ଏବଂ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ
୨୩ ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁର, ଦେବଗଡ, ଚଂପୁଆ ଏବଂ ବଡମ୍ବାଠାରେ କରିବେ ନିର୍ବାଚନୀ ସଭା
ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୩ ତାରିଖ ଦିନ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁର ଏବଂ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ
ଭୁବନେଶ୍ୱର, ତା.୨୧/୦୫: ବିକଶିତ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ପ୍ରଥମ ଥର ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବ ଏବଂ ଏହାର ନେତୃତ୍ୱ ନେବେ ଜଣେ ଓଡିଆ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲା ହେବା ସହିତ ଚାରି ଦ୍ୱାର ଖୋଲାଯିବ । ଓଡିଆ ଅସ୍ମିତାର ସୁରକ୍ଷା ହେବ ଆମର ପ୍ରାଥମିକତା । ରାଜ୍ୟ ବିକାଶରେ ବାଧକ ସାଜିଥିବା ଦୁର୍ନୀତିଖୋର ଓ ଭ୍ରଷ୍ଟାଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗତ କାଲି ଶେଷ ହୋଇଥିବା ପ୍ରଥମ ଦୁଇଟି ପର୍ଯ୍ୟାୟ ନିର୍ବାଚନରେ ବିଜେପିକୁ ବ୍ୟାପକ ସମର୍ଥନ ମିଳିଛି । ଆସନ୍ତା ୨୫ ତାରିଖ ଏବଂ ଜୁନ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ବିଜେପିର ବିପୁଳ ବିଜୟ ହେବ । ଏହି ପରିପ୍ରେକ୍ଷୀରେ ବିଜେପିର ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ।
ଲୋକପ୍ରିୟ ରାମାୟଣ ଧାରାବାହିକରେ ପ୍ରଭୁ ଶ୍ରୀରାମ ଚରିତ୍ରରେ ଭୂମିକା ନିର୍ବାହ କରିଥିବା ସୁପ୍ରସିଦ୍ଧ ସିନେ ତାରକା ଶ୍ରୀ ଅରୁଣ ଗୋଭିଲ ଆସନ୍ତା କାଲି ୨୨ ତାରିଖ ପୂର୍ବାହ୍ନ୧୦.୪୫ରେ କେନ୍ଦୁଝରର ଚମ୍ପୁଆ, ମଧ୍ୟାହ୍ଣ ୧୨.୧୫ରେ ତେଲକୋଇଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ । ଶ୍ରୀ ଗୋଭିଲ ଅପରାହ୍ନ ୧.୩୦ରେ ଢେଙ୍କାନାଳଠାରେ ଅନୁଷ୍ଠିତ ରୋଡ ସୋ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଶ୍ରୀ ଗୋଭିଲ ଅପରାହ୍ନ ୩ଟାରେ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ଣ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୧.୩୦ରେ ବଡଚଣା ଏବଂ ଅପରାହ୍ଣ ୩.୩୦ରେ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
ଆସନ୍ତା ୨୩ ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ । ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
ସେହିପରି ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି । ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।