ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ଇନିଂସ ଆରମ୍ଭ ହୋଇଯାଇଛି। ସେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଆଜି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ମୋଦୀଙ୍କ କ୍ୟାବିନେଟରେ ସ୍ଥାନ ପାଇଥିବା ମନ୍ତ୍ରୀମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏହି କ୍ରମରେ ଓଡ଼ିଶାରୁ ଧର୍ମେନ୍ଦ୍ର ପ୍ରଧାନ ଶପଥ ଗ୍ରହଣ କରିଛନ୍ତି।