● ପବିତ୍ର ରଥ ଯାତ୍ରା ପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତ ସହିତ ପଡୋଶୀ ରାଜ୍ୟ ମାନଙ୍କରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ପ୍ରତିଶ୍ରୁତିବଦ୍ଧ |
● ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଶ୍ଚିତ କରାଯାଇଥିଲା |
● ଓଡ଼ିଶାର ବିଭିନ୍ନ ସ୍ଥାନରୁ ପୁରୀ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଟ୍ରେନ୍ |
● ରଥ ଯାତ୍ରା ପାଇଁ ଚଳିତ ବର୍ଷ ବାଦାମପାହାଡ଼, ରାଉରକେଲା, ବାଲେଶ୍ୱର, ସୋନପୁର, ଦଶପଲ୍ଲାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀ ସହିତ ଯୋଡାଯାଇଅଛି |
● ଛତିଶଗଡର ରାୟପୁର ଓ ଜଗଦଲପୁରରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ବ୍ୟବସ୍ଥା କରାଯାଉଥିବାବେଳେ ଆନ୍ଧ୍ରପ୍ରଦେଶର ବିଶାଖାପାଟନମ୍ ଓ ପାଲାସାରୁ ଏବଂ ପଶ୍ଚିମ ବଙ୍ଗରୁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ପୁରୀ କୁ ଚଳାଚଳ କରିବ |
● ଓଡ଼ିଶାର ବାଦାମପାହାଡ଼, ରାଉରକେଲା, ଜୁନାଗଡ଼ ରୋଡ, ବାଲେଶ୍ୱର, ସୋନପୁର, କେନ୍ଦୁଝରଗଡ, ପାରାଦୀପ, ଭଦ୍ରକ, ଅନୁଗୁଳ, ଗୁଣୁପୁର, ଦଶପଲ୍ଲା, ସମ୍ବଲପୁର, ବାଙ୍ଗିରିପୋସି, ଖୋର୍ଦ୍ଧା ରୋଡରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଯାତ୍ରା କରିବ |
● ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ରଥ ଯାତ୍ରା ସମୟରେ ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି |
● 15 ହଜାର ତୀର୍ଥଯାତ୍ରୀଙ୍କ ବିଶ୍ରାମ ପାଇଁ ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡର ବ୍ୟବସ୍ଥା |
● ପୁରୀ ଷ୍ଟେସନ ଠାରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରଥ ଯାତ୍ରା ବ୍ୟବସ୍ଥା ନିରୀକ୍ଷଣ |
ଭୁବନେଶ୍ୱର, 28.06.2024 : ରେଳ ମନ୍ତ୍ରଣାଳୟ 6 ଜୁଲାଇରୁ 19 ଜୁଲାଇ, 2024 ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ 315 ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି |
ଚଳିତ ବର୍ଷ ଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ପାଳନ କରାଯାଉଛି | ପୂର୍ବ ରଥ ଯାତ୍ରା ଉତ୍ସବରୁ ଅଭିଜ୍ଞତାକୁ ନଜରକୁ ନେଇ ପୂର୍ବତଟ ରେଳପଥ ଓଡିଶାର ବିଭିନ୍ନ ସ୍ଥାନ ସହିତ ପଡୋଶୀ ରାଜ୍ୟରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି | ଚଳିତ ବର୍ଷ ଜୁନାଗଡ଼ ରୋଡ, ସମ୍ବଲପୁର, କେନ୍ଦୁଝରଗଡ, ପାରାଦୀପ, ଭଦ୍ରକ, ଅନୁଗୁଳ, ଗୁଣୁପୁର, ବାଙ୍ଗିରିପୋସି ବ୍ୟତୀତ ନୂତନ ଭାବେ ବାଦାମପାହାଡ, ରାଉରକେଲା, ବାଲେଶ୍ୱର, ସୋନପୁର ଏବଂ ଦଶପଲ୍ଲା ଠାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଚଳାଚଳ କରିବ |
ଏହା ବ୍ୟତୀତ ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଯୋଜନା କରାଯାଇଛି | ଚଳିତ ବର୍ଷ ରଥ ଯାତ୍ରାର ଅଧରପଣା ଉତ୍ସବ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ପୂର୍ବତଟ ରେଳପଥ ଯୋଜନା କରିଛି | ଏଗୁଡିକ ବ୍ୟତୀତ, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରେଳପଥ ପକ୍ଷରୁ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ବ୍ୟବସ୍ଥା କରାଯିବ | ଉପରୋକ୍ତ ଉତ୍ସବ ଦିନ ମାନଙ୍କରେ ଅଧିକ ଭକ୍ତଙ୍କ ସମାବେଶ ଆଶଙ୍କା କରି ରେଳବାଇ ଭକ୍ତଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ସୁନିଶ୍ଚିତ କରିଛି |
ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବତଟ ରେଳପଥ ରଥ ଯାତ୍ରା ଉତ୍ସବ ସମୟ ମଧ୍ୟରେ କିଛି ଦୂର ଦୂରାନ୍ତର ସ୍ୱତନ୍ତ୍ର ଟ୍ରେନରେ ସଂରକ୍ଷିତ କ୍ଲାସ୍ ଯୋଗାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି |
ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ରଥ ଯାତ୍ରା ସମୟରେ ଯାତ୍ରୀଙ୍କ ଯାତାୟାତ ସୁବିଧା ବ୍ୟତୀତ ଯାତ୍ରୀ ପରିସେବା ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିବାବେଳେ ତୀର୍ଥଯାତ୍ରୀ ତଥା ଭକ୍ତଙ୍କ ପାଇଁ ଉତ୍ତମ ସୁବିଧା ଯୋଗାଇଦେବାକୁ ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି |
ଭକ୍ତମାନଙ୍କୁ ସମସ୍ତ ସୁବିଧା ଯୋଗାଇବା ପାଇଁ ରେଳ ମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଯାତ୍ରୀ ଭିଡ଼ ପରିଚାଳନା, ଟ୍ରେନ୍ ସୂଚନା ପ୍ରଣାଳୀ / ଅନୁସନ୍ଧାନ କାଉଣ୍ଟର, ଭିଡିଓ ୱାଲ୍ ପ୍ରଦର୍ଶନ, ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ଏବଂ ମୋବାଇଲ୍ ଟିକେଟ୍ କାଉଣ୍ଟର, 15 ହଜାର ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡ୍ ପାଇଁ ମଧ୍ୟ ପୂର୍ବତଟ ରେଳପଥ ପଦକ୍ଷେପ ନେଇଛି | ଏହା ବ୍ୟତୀତ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ସେବା, ମେଡିକାଲ ସୁବିଧା ଏବଂ ଆମ୍ବୁଲାନ୍ସ, ଏବଂ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ନିରାପତ୍ତା, ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ଶୌଚାଳୟ ଯୋଗାଇବା ପାଇଁ ମଧ୍ୟ ବିଶେଷ ପଦକ୍ଷେପ ଗ୍ରହଣ କରିଛି |
ପୂର୍ବ ତଟ ରେଳ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ପୁରୀ ରେଳ ଷ୍ଟେସନରେ ରଥ ଯାତ୍ରା ବ୍ୟବସ୍ଥା ଯାଞ୍ଚ କରି ତୀର୍ଥଯାତ୍ରୀଙ୍କୁ ଦିଆଯାଉଥିବା ସୁବିଧାଗୁଡ଼ିକ ସମ୍ବଧରେ ଅବଗତ ହେବ ସହିତ ରଥ ଯାତ୍ରାର କାର୍ଯ୍ୟସୂଚୀର ବହୁ ପୂର୍ବରୁ ଯାତ୍ରୀ ସୁବିଧା ଉପଲବ୍ଧ କରାଇବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି |