ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ କାର୍ଯ୍ୟକାରିଣୀ ବୈଠକ l ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା l ଆସନ୍ତା କଲି ପ୍ରଥମେ ଅନୁଷ୍ଠିତ ହେବ ରାଜ୍ୟ ପଦାଧିକାରୀ ବୈଠକ l ଏହି ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂସଲ. ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଯୋଗ ଦେବେ l ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଏହି କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ l କାର୍ଯ୍ୟକାରିଣୀ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବl ସହ ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯିବ l
