କେନ୍ଦୁଝର, ତା ୦୨.୦୯. : କେନ୍ଦୁଝର ରବି ରାଜ -ଆଜି ତା ୦୨.୦୯.୨୦୨୪ରିଖ ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୨୭୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୯ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୨୪୪ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ ୯୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୭ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା।ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ଆଲୋକ ରଞ୍ଜନ ପ୍ରଧାନ, ମନ୍ଦରଧର ମହାଳିକ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ଏସ୍.ଡି.ପି.ଓ ମହେନ୍ଦ୍ରନାଥ ମୁର୍ମୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ କିଶୋର କୁମାର ପୃଷ୍ଟି, କେନ୍ଦୁଝର ଉପଜିଲ୍ଲାପାଳ ଉମାଶଂକର ଦଳାଇ, ସଦର ବିଡିଓ ତିଳୋତମା ପୃଷ୍ଟି, କେନ୍ଦୁଝର ତହସିଲଦାର ଶୁଭେନ୍ଦୁ ସାହୁ, କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀ ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୦୨ ଗୋଟି ମୋଟରଚାଳିତ ହୁଇଲଚେୟାର ପ୍ରଦାନ କରାଯାଇଥିଲା ।