Odisha news

କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ

0
ବାଲିଗୁଡା, ତା, ୩୧/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତରେ  କଟ୍ରିକିଆ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ୨୦୨୫ ଉଦଯାପିତ ହୋଇଯାଇଛି l କ୍ଲଷ୍ଟରର ସିଆରସିସି ସାବତ ପ୍ରଧାନଙ୍କ ତତ୍ଵାବଧାନରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଣପତିଙ୍କ ପ୍ରତିମୂର୍ତ୍ତି ନିକଟରେ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସନାତନ ପରିଛା, ମୁଖ୍ୟ ବକ୍ତା ଭାବେ କଟ୍ରିକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କିଶୋର କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ନିପୁଣ ଓଡିଶା ମେଳାର ଉଦେଶ୍ୟ ଓ ମହତ୍ୱ ସମ୍ପର୍କ ରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ l ଏହି ମେଳା ରେ ମୌଳିକ ସାକ୍ଷରତା, ମୌଳିକ ସଂଖ୍ୟା ଜ୍ଞାନ, ସୃଜନଶିଳତା ଭଳି ୧୫ ଟି ବିଦ୍ୟାଳୟରୁ ୪୦୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଷ୍ଟଲ କରି ନିଜ ନିଜର କାରୁକାର୍ଯ୍ୟ ପ୍ରଦର୍ଶନ କରିଥିଲେ l ଏଥିରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ବିଦ୍ୟାଳୟ ର କୁନି କୁନି କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l  ସମସ୍ତ ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ, ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l
Leave A Reply