ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଳସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ୍ ଓ ବୃହତ୍ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା : ୫ଟି ବୃହତ୍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ବହୁଦିନ ଧରି ପ୍ରସ୍ତାବିତ ହେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ତେଣୁ ଅଧିକାରୀମାନେ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଜଳସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ୍ ଓ ବୃହତ୍ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରି ୫ଟି ବୃହତ୍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ସୁନ୍ଦରଗଡ ଜିଲ୍ଲାରେ ଇବ୍ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, କେଉଁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ୍ ପ୍ରକଳ୍ପ, ଝାରପଡ଼ା ଜଳସେଚନ ପ୍ରକଳ୍ପ ଓ କାନପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପଗୁଡ଼ିକ କିପରି ତ୍ୱରାନ୍ୱିତ ହେବ ସେ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।