ଭୁବନେଶ୍ୱର, ୮/୦୯: ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଚେନ୍ନାଇସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିସôାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତୁ୍ୟ ବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା । ତାଙ୍କ ପରଲୋକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ଢୋଲକିଆ ୨୦୦୪, ୨୦୦୯, ୨୦୧୯ ଓ ୨୦୨୪ରେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ରେ ସେ ତକ୍ରାଳୀନ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗରେ କ୍ୟାବିନେଟ୍ ମନ୍ତ୍ରୀ ହୋଇଥିଲେ । ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ । ଢୋଲକିଆଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।
ସ୍ୱର୍ଗତଃ ଢୋଲକିଆଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।
(ବିଜେପି ମିଡିଆ ସେଲ୍)