Odisha news

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ , ଓଡ଼ିଶା ସଙ୍ଗୀତ ଜଗତର ଜଣେ ଉଜ୍ଜ୍ୱଳ ତାରକାକୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ

0

ତାଙ୍କ ସ୍ୱରର ଯାଦୁ ସବୁଦିନ ପାଇଁ ଓଡ଼ିଆ ଶ୍ରୋତାଙ୍କ ମନରେ ଅମର ହୋଇ ରହିବ

ଭୁବନେଶ୍ୱର, ନଭେମ୍ବର ୧୭ – ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅନେକ ଗୀତରେ କଣ୍ଠଦାନ କରି ବହୁତ କମ ସମୟ ମଧ୍ୟରେ ସେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ; ସଙ୍ଗୀତ ଜଗତର ଜଣେ ଉଜ୍ଜ୍ୱଳ ତାରକାକୁ ହରାଇଲା । ତାଙ୍କ ସ୍ୱରର ଯାଦୁ ସବୁଦିନ ପାଇଁ ଓଡ଼ିଆ ଶ୍ରୋତାଙ୍କ ମନରେ ଅମର ହୋଇ ରହିବ ।

ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply