ଭୁବନେଶ୍ୱର, ତା.୦୪ /୦୬: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ଘଟିଛି । ସେ ଜଣେ ଦକ୍ଷ ଓ ସୁସାହିତ୍ୟକ ଥିଲେ । ଭାରତୀୟ ପ୍ରଶାସନିକ ସେବାର ଜଣେ ଦକ୍ଷ ଅଧିକାରୀ ଭାବେ ସେ ଓଡ଼ିଶା ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଥିଲେ । ସାହିତ୍ୟରେ ନିଜର ସୃଜନଶୀଳତାର ସ୍ୱତନ୍ତ୍ର ଛାପ ଛାଡ଼ି ଅନେକ କ୍ଷୁଦ୍ରଗଳ୍ପ ଓ କବିତା ଲେଖିଥିଲେ । ତାଙ୍କ ବିୟୋଗରେ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିବା ସହ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ଦାସଙ୍କ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।