Odisha news

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି : ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

ଅନ୍ୟ ଦୁଇ ଜଣ ସଦସ୍ୟ ହେଲେ ସଂସ୍କୃତି ବିଭାଗ ସଚିବ , ବିଜୟ କେତନ ଉପାଧ୍ୟାୟ ଏବଂ ସାଧାରଣ ପ୍ରଶାସନ ବିଭାଗ ଉପ-ସଚିବ ଶ୍ରୀମତୀ ସ୍ମିତା ପାଣି ସାତ ଦିନ ମଧ୍ୟରେ ଦେବେ ରିପୋର୍ଟ

0
ଭୁବନେଶ୍ବର ୧୮ ଜୁନ ୨୦୨୬ : ରାଜ୍ୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠ୍ୟ ପୁସ୍ତକରେ ବ୍ୟାପକ ମୁଦ୍ରଣ ଜନିତ ତ୍ରୁଟି ଯୋଗୁ ଏ ସମ୍ପର୍କରେ କମିଟି ଗଠନ କରି ତଦନ୍ତ କରିବାକୁ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ଏହି କମିଟି ଗଠନ କରାଯାଇଛି।
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ଏହି କମିଟିର ଅଧ୍ୟକ୍ଷ ରହିଛନ୍ତି। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ  ଏବଂ ସାଧାରଣ ପ୍ରଶାସନ ବିଭାଗର ଉପ-ସଚିବ ଶ୍ରୀମତୀ ସ୍ମିତା ପାଣି ଏହାର ଅନ୍ୟ ଦୁଇ ସଦସ୍ୟ ରହିଛନ୍ତି।
ଏହି କମିଟି ମୁଦ୍ରଣ ଜନିତ ତ୍ରୁଟିର ତଦନ୍ତ କରି ଏହା କେଉଁ ସ୍ତରରେ ହୋଇଛି ଏବଂ କେଉଁ ଅଧିକାରୀ ବା ସଂସ୍ଥାମାନେ ଦାୟୀ ତାହା ନିର୍ଣ୍ଣୟ କରିବେ। ସାତ ଦିନ ମଧ୍ୟରେ ତଦନ୍ତ ସମ୍ପୂର୍ଣ୍ଣ କରି ରିପୋର୍ଟ ପ୍ରଦାନ କରିବେ।
ସୂଚନାଯୋଗ୍ୟ ଯେ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ମୁଦ୍ରଣ ଜନିତ ତ୍ରୁଟି ଯୋଗୁ ପିଲାମାନଙ୍କ ପାଠ ପଢାରେ ସମସ୍ୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଏହା ଉପରେ କଡା ଆଭିମୁଖ୍ୟ ପ୍ରକାଶ କରି ଗତକାଲି ଏ ସମ୍ପର୍କରେ ସମୀକ୍ଷା କରିଥିଲେ। ସମୀକ୍ଷାରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ଗୁଡିକୁ ତୁରନ୍ତ ସୁଧାରିବା ସହିତ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
IEC 2 years
Leave A Reply