ରାଜ୍ୟ ଯୋଜନା ବୋର୍ଡର ଉଚ୍ଚସ୍ତରୀୟ ବୈଠକ ରାଜ୍ୟ ଅର୍ଥନୀତିକୁ ଗତିଶୀଳ ଓ ସୁପରିଚାଳନା କରିବା ନେଇ ଆଲୋଚନା ସଠିକ୍ ପରିଚାଳନା ଓ ମାର୍ଗଦର୍ଶନ ଉପରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସ ବର୍ମାଙ୍କ ଗୁରୁତ୍ୱ
ଭୁବନେଶ୍ୱର : ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମା ଦାସବର୍ମାଙ୍କ ଅଧ୍ୟକ୍ଷତାରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଓ ଏହାର ପରବର୍ତ୍ତୀ ସମୟରେ ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛିା ଏହି ବୈଠକରେ ରାଜ୍ୟ ସରକାର କରୋନା ମହାମାରୀର ମୁକାବିଲା କରୁଥିବାବେଳେ ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବା ନିମନ୍ତେ ଚାରୋଟି କ୍ଷେତ୍ର ଉପରେ ବିସ୍ତୃତ ତର୍ଜମା କରି ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲାା ବୈଜ୍ଞାନିକ, ସାମାଜିକ କର୍ମୀ, ଅର୍ଥନୀତିଜ୍ଞ ଏବଂ
ଉଚ୍ଚ ପଦାଧିକାରୀଙ୍କ ମତାମତକୁ ନେଇ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସମୂହ, ଜନସ୍ୱାସ୍ଥ୍ୟ, ପର୍ଯ୍ୟଟନ ଶିଳ୍ପ ଓ ଅନ୍ୟାନ୍ୟ କ୍ଷେତ୍ର ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛିା
ଏହି ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବା ପୂର୍ବରୁ ସମସ୍ତ ସଂପୃକ୍ତ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ସହିତ ବ୍ୟାପକ ବିଚାରବିମର୍ଶ କରାଯିବା ରାଜ୍ୟ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ର ନୋଡାଲ୍ ଏଜେନ୍ସି ଭାବେ ଦାୟିତ୍ୱ ନିର୍ବାହ କରିବା ପାଇଁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛିା ଏହି ସମସ୍ତ କ୍ଷେତ୍ରକୁ କିପରି ସଠିକ୍ ପରିଚାଳନା ଓ ମାର୍ଗଦର୍ଶନ କରାଯିବ ତା’ଉପରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସ ବର୍ମା ଗୁରୁତ୍ୱାରୋପ କରିଛନ୍ତିା ବିଭିନ୍ନ ପର୍ଯ୍ୟାୟର ଆଲୋଚନା ପରେ ଚୂଡ଼ାନ୍ତ ରିପୋର୍ଟ ରାଜ୍ୟ ଯୋଜନା ବୋର୍ଡର ଅଧ୍ୟକ୍ଷ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବା
ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ଗୋପବନ୍ଧୁ ଶତପଥୀ, ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଜିତ ମିଶ୍ର, ଯୋଜନା ଓ ସଂଯୋଜନ ବିଭାଗର ଅନୁଶାସନ ସଚିବ ଶ୍ରୀ ଅଭୟ କୁମାର ମହାନ୍ତି ପ୍ରମୁଖ ଭାଗ ନେଇଥିଲୋ