Odisha news

ଓଡ଼ିଶାରେ ଆଜି ଆଉ ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୧୫୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୧୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ ୪୬୯ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ୫୯୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୦ ରହିଛି।

Govt
Leave A Reply