ଭୁବନେଶ୍ଵର:ରାଜ୍ୟରେ ଆଜି ୨୯ ଜିଲ୍ଳାରୁ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫୮୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୧୪ ହଜାର ୫୭୩ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ୩୧ ହଜାର ୮୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୯ ହଜାର ୭୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୭ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୩୭ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ହଜାର ୯୧୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।