Odisha news

ଗରିବଙ୍କ ପାଇଁ କୋଭିଡ ସହାୟତା ପ୍ୟାକେଜ

0

ଭୁବନେଶ୍ୱର,୨୫ା୮ : ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି । କରୋନା ମହାମାରୀରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମାଞ୍ଚଳ ଜୀବନ ଜୀବିକାର ବିକାଶ ନିମନ୍ତେ
ମୁଖ୍ୟମନ୍ତ୍ରୀ କୋଭିଡ-୧୯ ସହାୟତା ପ୍ୟାକେଜକୁ ଅନୁମୋଦନ କରିଛନ୍ତି । ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଓ ଅତିଗରିବ ପରିବାରମାନଙ୍କ ଜୀବିକା ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଯଥା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଆଦିବାସୀ ଓ ହରିଜନ ଉନ୍ନୟନ ବିଭାଗ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଇତ୍ୟାଦି ଏହି ଦିଗରେ କାର୍ଯ୍ୟ କରିବେ ।
ପ୍ୟାକେଜ-୧: ଗ୍ରାମୀଣ ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ପ୍ରତ୍ୟେକ ଉଦ୍ୟୋଗୀଙ୍କୁ ୫୦,୦୦୦ଟଙ୍କା ପର୍ଯ୍ୟନ୍ତ ଏକକାଳୀନ ଋଣ ପ୍ରଦାନ କରାଯିବ । ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟା କିମ୍ବା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାଙ୍କ ପରିବାରର ସଦସ୍ୟ କୃଷି ଏବଂ ଅଣ କୃଷି ଉଦ୍ୟୋଗର ବିକାଶ ନିମନ୍ତେ ଏହି ଋଣ ନେଇ ପାରିବେ ।
ପ୍ୟାକେଜ-୨: କୃଷି ଏବଂ ଅଣ କୃଷିକ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ନେଇ ଗଠିତ ଉଦ୍ୟୋଗ ଗୋଷ୍ଠୀ ଏବଂ ଉକ୍ସଊାଦକ ଗୋଷ୍ଠୀଙ୍କୁ ଏକକାଳୀନ ୧,୫୦,୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ୬ମାସରୁ ଊଦ୍ଧ୍ୱ୍ୱର୍ ଉଦ୍ୟୋଗ ଗୋଷ୍ଠୀ ଏବଂ ଏକ ବର୍ଷରୁ ଊଦ୍ଧ୍ୱର୍ ଉକ୍ସଊାଦକ ଗୋଷ୍ଠୀ ଏହି ଋଣ ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ।
ପ୍ୟାକେଜ-୩: ଅତିଗରିବ କିମ୍ବା ଅସହାୟ ପରିବାର ଯଥା ଦିବ୍ୟାଙ୍ଗ, ଆଦିମ ଜନଜାତି, ବିଧବା, ତୃତୀୟଲିଙ୍ଗୀ, ନିରାଶ୍ରୟ, ମହିଳା ମୁଖ୍ୟ ଥିବା ପରିବାର ଇତ୍ୟାଦିଙ୍କ ଦ୍ୱାରା ପରିଚାଳିତ ଉଦ୍ୟୋଗ ତଥା ଜୀବିକାର ଉନ୍ନତି ନିମନ୍ତେ ୨୦,୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।
ପ୍ୟାକେଜ-୪: କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ ଫେରିଥିବା କୁଶଳୀ ଓ ଅର୍ଦ୍ଧକୁଶଳୀ ପ୍ରବାସୀ ଫେରନ୍ତାଙ୍କ ଦ୍ୱାରା ଉଭୟ ପୁରୁଣା ଉଦ୍ୟୋଗର ବିକାଶ ତଥା ନୂତନ ଉଦ୍ୟୋଗର ଆରମ୍ଭ ନିମନ୍ତେ ୧,୦୦,୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।

Nalco
Leave A Reply