ଭୁୁବନେଶ୍ୱର , ୦୨ ସେପ୍ଟେମ୍ବର – ପଶ୍ଚିମବଙ୍ଗର ବଙ୍ଗୋପସାଗର ଏବଂ ଉପକୂଳ ଆନ୍ଧ୍ରପ୍ରଦେଶ ଓ ଉତରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିସହ ଏହି ସମସ୍ତ ଜିଲ୍ଲା ମାନଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷରେ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଜପତି, ରାୟଗଡା, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Prev Post
Next Post