ନୂଆଦିଲ୍ଲୀ : ୨୦୧୬ ଏପ୍ରିଲ ୧ରେ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଗରିବ ପରିବାରର ମହିଳାମାନଙ୍କୁ ମାଗଣାରେ ରନ୍ଧନ ଗ୍ୟାସ ଯୋଗାଇ ଦେବାର ଲକ୍ଷ୍ୟ ରଖାଯାଇଥିଲା ।
୨୦୧୯ ସେପ୍ଟେମ୍ବର ୭ରେ ଏହି ଲକ୍ଷ୍ୟ ପୂରଣ ହୋଇଥିଲା। ଏହା ସତ୍ତ୍ୱେ କରୋନା ମହାମାରୀ ସଂକଟ ସମୟରେ ଦେଶର ସବୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ସ୍ୱତନ୍ତ୍ରଭାବେ ଗରିବ ପରିବାରର ମହିଳାମାନଙ୍କୁ ଏହି ଯୋଜନାରେ ଗ୍ୟାସ୍ ଯୋଗାଇ ଦିଆଯାଇଛି ।
ଆଜି ରାଜ୍ୟସଭାରେ ଏ ସଂପର୍କରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ଓଡ଼ିଶାକୁ ୭୭ ଲକ୍ଷ ୨୬ ହଜାର ୩୮୭ଟି ସିଲିଣ୍ଡର ଯୋଗାଇ ଦିଆଯାଇଥିବା କେନ୍ଦ୍ରମନ୍ତ୍ରୀଙ୍କ ସୂଚନାରୁ ଜଣାପଡ଼ିଛି।