ଭୁବନେଶ୍ୱର, ୨୪ ସେପ୍ଟେମ୍ବର – ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତର ଓଡିଶା ସମେତ ରାଜ୍ୟର କିଛି ଅଂଶରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ୧୩ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ନୂଆପଡା, ବଲାଙ୍ଗୀର , ବରଗଡ,ଝାରସୁଗୁଡା, ସୁନ୍ଦରଗଡ,ସମ୍ବଲପୁର, ଦେବଗଡ, କେନ୍ଦୁଝର, ଅନୁଗୁଳ, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ ।
ସେହିପରି ୨୬ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ରାୟଗଡା, ମାଲକାନଗିରି , କୋରାପୁଟ, କେନ୍ଦୁଝର, ମୟୁରଭଂଜ ଓ ଢେଙ୍କାନାଳ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ମଧ୍ୟ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
