Odisha news

୪୮ ଘଂଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ : ୫ ଦିନ ପ୍ରବଳ ବର୍ଷିବ

0

ଭୁବନେଶ୍ୱର, ୩୦ ସେପ୍ଟେମ୍ବର – ଆନ୍ଧ୍ରପ୍ରଦେଶ ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ବର୍ତମାନ ପଶ୍ଚିମ ମଧ୍ୟ ଏବଂ ଉତର ପଶ୍ଚିମ ବଙ୍ଗୋପସାଗରରେ ରହିଛି । ଏହା ଯୋଗୁଁ ଆସନ୍ତା ୪୮ ଘଂଟା ମଧ୍ୟରେ ଓଡ଼ିଶାର ଉତର ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲୋ ପ୍ରେସର ଏରିଆ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ସମ୍ବଲପୁର, କାଲାହାଣ୍ଡି ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ କାଲାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨ରୁ ୩ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ମୟୁରଭଂଜ,କେନ୍ଦୁଝର ଓ ଅନୁଗଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩ରୁ ୪ ତାରିଖ ମଧ୍ୟରେ ଅନୁଗୁଳ , ଢେଙ୍କାନାଳ କେନ୍ଦୁଝର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, କଟକ, ଯାଜପୁର ଓ ଭଦ୍ରକ ଜିଲ୍ଲା ଏବଂ ୪ ରୁ ୫ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ଦେବଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଗଂଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ .ଦିଆଯାଇଛି ।

Leave A Reply