ଫୁଲବାଣୀ,୩୦ା୧୦(Santosh Mishra) : ଆଜି କନ୍ଧମାଳ ଜିଲ୍ଲାରେ ୨୪ ଜଣ ନୁଆଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକା୍ରନ୍ତଙ୍କ ସଂଖ୍ୟା ୫,୬୩୭ ରେ ପହଂଚିଛି । ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୫,୪୬୦ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜିଲ୍ଲାରେ ଆଉ ଜଣେ ୪୨ ବର୍ଷିୟ ପୁରୁଷଙ୍କର କରୋନା ଜନିତ ମୃତୁ୍ୟ ହେବାପରେ ଜିଲ୍ଲାରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୩୦ ରେ ପହଂଚିଛି । ଆଉ ୧୪୭ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିସôିତ ହେଉଛନ୍ତି ।
ଆଜିର ଚିହ୍ନଟ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲିଗୁଡା ଗ୍ରାମାଂଚଳରେ ୬ ଜଣ , ରାଇକିଆର ଜଣେ,ଦାରିଙ୍ଗବାଡିର ୧୦ ଜଣ, ଚକାପାଦର ୩ ଜଣ, କ.ନୁଆଗାଁର ୨ ଜଣ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଚନା ମିଳିଛି । ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି । ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି ।