Odisha news

ଟ୍ରେନ ସମ୍ଭଧୀୟ ଗୁରୁତ୍ୱ ପୁର୍ଣ ସୂଚନା : ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳବାଇ ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି ପ୍ରଦାନ କରିବାକୁ ନିଷ୍ପତ୍ତି

0
●        ବର୍ତ୍ତମାନ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରୁଥିବା ଦୁଇଟି ଟ୍ରେନ୍ ଏପ୍ରିଲ ୧୦ ଠାରୁ ରହଣି ପ୍ରଦାନ କରିବ |
●        ଅନ୍ୟ ଦୁଇଟି ଟ୍ରେନ ଏହାର ସେବାରେ ପୁନରାରମ୍ଭ କରିବା ପରେ ରହଣି ପ୍ରଦାନ କରିବ |
ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳବାଇ ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛି ଯାହାକି ପୂର୍ବ ବିଜ୍ଞପ୍ତିରେ ଦର୍ଶାଯାଇପାରିନଥିଲା |
କୋଭିଡ଼୧୯ ମହାମାରୀ ସମୟରେ ସମସ୍ତ ଟ୍ରେନର ସେବା ବାତିଲ କରାଯାଇଥିଲା | କୋଭିଡ଼ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ପ୍ରୋଟୋକଲ୍ ଅନୁଯାୟୀ, କିଛି ଟ୍ରେନ୍କୁ ସୀମିତ ରହଣି ସହିତ ବିଶେଷ ଟ୍ରେନ ଭାବରେ ପୁନଃ ଚଳାଚଳ କରାଗଲା ଯାହାଦ୍ୱାରା ଯାତ୍ରୀମାନେ ସେମାନଙ୍କର ଜରୁରୀ କାର୍ଯ୍ୟ ପାଇଁ ଯାତାୟାତ କରିପାରିବେ |
ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳବାଇ ବର୍ତ୍ତମାନ ପର୍ଯ୍ୟାୟକ୍ରମେ ଟ୍ରେନ ଚଳାଚଳ କରୁଅଛି | ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି ବର୍ତମାନ ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ-ଭୁବନେଶ୍ୱର ପାସେଞ୍ଜର (ଯାହାକି ବର୍ତ୍ତମାନ ଖୋର୍ଦ୍ଧା ରୋଡ଼ ଓ କେନ୍ଦୁଝରଗଡ଼ ମଧ୍ୟରେ ଚଳାଚଳ କରୁଛି) ଟ୍ରେନ୍ ଗୁଡିକୁ ଭୁବନେଶ୍ୱର ନୂତନ ଷ୍ଟେସନରେ ଚଳିତ ମାସ ୧୦ ତାରିଖ ଠାରୁ ରହଣି ଯୋଗାଇଦେବା ପାଇଁ ନିଷ୍ପତ୍ତି ନିଆଯାଇଅଛି |  
ପୁରୀ-କଟକ-ପୁରୀ ମେମୁ:
ପୁରୀରୁ 68416/68415 ପୁରୀ-କଟକ-ପୁରୀ ମେମୁ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୧୦ଘ.୦୫ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୦୬ମି.ରେ କଟକ ଆଡକୁ ଯିବ | କଟକରୁ ଏହି ଟ୍ରେନ୍ ଅପରାହ୍ନ ୫ଘ.୨୦ମି.ରେ ପହଞ୍ଚି ଏବଂ ଅପରାହ୍ନ ୫ଘ.୨୧ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ |
ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ:
68426/68425 ଭୁବନେଶ୍ୱରରୁ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୪ଘ.୫୪ମି.ରେ ପହଞ୍ଚି ଅପରାହ୍ନ ୪ଘ.୫୫ମି.ରେ କେନ୍ଦୁଝରଗଡ଼ ଅଭିମୁଖେ ଯାତ୍ରା କରିବ | କେନ୍ଦୁଝରଗଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଠାରେ ପୂର୍ବାହ୍ନ ୧୦ଘ.୧୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୧୫ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ |
ରେଳବାଇ ମଧ୍ୟ ପାଲାସା-କଟକ-ପାଲାସା ପାସେଞ୍ଜର ଏବଂ ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର ଟ୍ରେନ କୁ ଭୁବନେଶ୍ୱର ନୂତନ ଷ୍ଟେସନରେ ରହଣି ପାଇଁ ସ୍ଥିର କରିଛି | ଏହି ଟ୍ରେନଦ୍ବୟ ଏମାନଙ୍କର ଚଳାଚଳ ପ୍ରାରମ୍ଭ କରିବା ପରେ ଭୁବନେଶ୍ୱର ନୂତନ ଷ୍ଟେସନରେ ଅତିରିକ୍ତ ରହଣି କରିବ |

ପାଲାସା-କଟକ-ପାଲାସା ପାସେଞ୍ଜର:
58534/58533 ପଲାସା ଠାରୁ ପଲାସା-କଟକ-ପାଲାସା ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୦୯ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୦୯ଘ.୫୫ମି.ରେ କଟକ ଆଡକୁ ଯିବ | କଟକରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୪ଘ.୩୮ମି.ରେ ପହଞ୍ଚି ଅପରାହ୍ନ ୪ଘ.୩୯ମି.ରେ ପଲାସା ଅଭିମୁଖେ ଯାତ୍ରା କରିବ
ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର:

ଖଡ଼ଗ୍ପୁର ଠାରୁ 58005/58006 ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୧୦ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୫୫ମି.ରେ ଖୋର୍ଦ୍ଧା ରୋଡ଼ ଅଭିମୁଖେ ଯାତ୍ରା କରିବ | ଖୋର୍ଦ୍ଧା ରୋଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୫ଘ.୨୯ମି.ରେ ପହଞ୍ଚି ଅପରାହ୍ନ ୫ଘ.୨୯ମି.ରେ ଖଡ଼ଗ୍ପୁର ଅଭିମୁଖେ ଯାତ୍ରା କରିବ |
Leave A Reply